ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ସକାଳ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି ଉଚ୍ଚତା ଯାଏଁ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳ ସାଢ଼େ ୫ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡର ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ୱଲପୁର, କେନ୍ଦୁଝର । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।
ତେବେ ୪ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ସୁନ୍ଦରଗଡରୁ ସମ୍ବଲପୁର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ପରିମାଣ ଆହୁରି ବଢ଼ିପାରେ । ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ, କଟକ, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା, ସମ୍ବଲପୁର ଏବଂ ଭଦ୍ରକରେ ବର୍ଷା ହୋଇଛି ।
Comments are closed.