ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ । ଆସନ୍ତା ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ଅବପାତ । ପ୍ରଭାବରେ ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି। ଏହା ବ୍ୟତୀତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅନ୍ୟପଟେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସ୍କୁଲ କଲେଜ, ଅଙ୍ଗନବାଡ଼ି କେନ୍ଦ୍ରକୁ ବନ୍ଦ ରଖାଯାଇଛି । ଏଥିସହ ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ। ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ରହିଛି ।