ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଆସୁଛି ବଡ଼ ବର୍ଷା। ଏଥର ଭିଜିପାରେ ଗଣେଶ ପୂଜା। ଆଜି ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ |

ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା। ଆଜି ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, କାଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା। ସେହିପରି ୬ ତାରିଖରେ ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ।

୧୨ଟି ଜିଲ୍ଲକୁ ବଜ୍ରପାତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି । ଗଣେଶ ପୂଜାରେ ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି ।  ୮ ତାରିଖ ଯାଏ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave A Reply

Your email address will not be published.