ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୭ରୁ ବଦଳିବ ପାଗ | ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟ ରେ କିଛି ସ୍ଥାନରେ ବର୍ଷା ଲାଗିରହିଯାଇଛି | ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆଜି ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ଦୁଇ ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ।

ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୫ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପା‌ରେ। ୬ ତାରିଖ ଯାଏ ଏହିଭଳି ଭାବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାପରେ ୭ରୁ ରାଜ୍ୟର ରାତିର ପାରଦସ୍ତର ଖସିବ ଓ ଥଣ୍ଡା ଫେରିବ ବୋଲି ସୂଚନା ମିଳିଛି।

ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଅପରାହ୍ନ ଆଡ଼କୁ ହାଲୁକା ବର୍ଷା ମଧ୍ୟ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୩ ଡିଗ୍ରି ମଧ୍ୟରେ ରହିବ।

Leave A Reply

Your email address will not be published.