ପରଲୋକରେ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆ

0

ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ।ଚେନ୍ନାଇର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ।୬୯ ବର୍ଷ ବୟସରେ ଆଖି ବୁଜିଲେ ରାଜେନ୍ଦ୍ର ଢୋଲକିଆ।ନୂଆପଡ଼ାର ୪ ଥରର ବିଧାୟକ ରାଜେନ୍ଦ୍ର ଢୋଲକିଆ।ରାଜେନ୍ଦ୍ର ନୂଆପଡ଼ା ବିଧାନସଭା ଆସନରୁ ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୦୯ ମସିହାରେ ବିଜେଡି ପ୍ରାର୍ଥୀ ହୋଇ ପୁଣି ନିର୍ବାଚିତ ହୋଇଥିଲେ। ୨୦୧୪ରେ ତାଙ୍କ ବିଜୟଧାରାରେ ବ୍ରେକ୍ ଲାଗିଥିଲା।

୨୦୧୪ରେ ରାଜେନ୍ଦ୍ର ଢୋଲକିଆଙ୍କୁ ପରାଜିତ କରି ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଅବଶ୍ୟ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ। ୨୦୨୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ନୂଆପଡ଼ାରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.