ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟାରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ।ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି। ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ। ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ।

ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ।ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି।ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ। ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ। ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ନି ଅଫିସର ଏବଂ ସହାୟକ ରିଟର୍ନିଂ ଅଫିସରଙ୍କ ନିଯୁକ୍ତି ପାଇଁ ପ୍ରସ୍ତାବ ମଗାଯାଇଛି । ଏହି ପ୍ରସ୍ତାବରେ ଅଧିକାରୀଙ୍କୁ ଟେଲିଫୋନ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇମେଲ ଆଇଡି ଅନ୍ତର୍ଭୁକ୍ତ କରିବା ଆବଶ୍ୟକ ।

Leave A Reply

Your email address will not be published.