ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡି ଛାଡିଲେ ରାସେଶ୍ବରୀ ।  ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ସଭାପତିଙ୍କ ପାଖକୁ ପଠାଇଛନ୍ତି ଇସ୍ତଫା ପତ୍ର। ସଂଗଠନ ସଭାପତିଙ୍କ ଜରିଆରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି । ତେବେ ସମ୍ବଲପୁରରୁ ଟିକଟ ଆଶାୟୀ ଥିଲେ ରାସେଶ୍ବରୀ । କିନ୍ତୁ ଦଳ ରୋହିତ ପୂଜାରୀଙ୍କୁ ଟିକଟ ଦେବା ପରେ ସେ ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି । ରାସେଶ୍ବରୀ ଆସନ୍ତା କିଛି ଦିନରେ ବିଜେପିରେ ସାମିଲ ହେଉଥିବା ନେଇ ଚର୍ଚ୍ଚା ହେଉଛି ।

ସୂଚନା ଅନୁସାରେ, ଗଣମାଧ୍ୟମରେ ସେ କହିଛନ୍ତି ଯେ ସମ୍ବଲପୁରର ସ୍ୱାଭିମାନ ଏବଂ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଁ ଦଳ ଛାଡିଛି।
କୁହାଯାଉଛି ଚଳିତ ଥର ଟିକେଟ ଆଶାୟୀ ଥିଲେ ରାସେଶ୍ୱରୀ। ହେଲେ ଦଳ ତାଙ୍କୁ ଟିକେଟ ନଦେବାରୁ ସେ ଅସନ୍ତୁଷ୍ଟ ପ୍ରକାଶ କରି ଇସ୍ତଫା ଦେଇଛନ୍ତି। ସମ୍ବଲପୁରରେ ବିଜେଡି ପକ୍ଷରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଛି।

୨୦୧୪ରୁ ୨୦୧୯ ଯାଏଁ ରାସେଶ୍ବରୀ ପାଣିଗ୍ରାହୀ ସମ୍ବଲପୁର ବିଧାନସଭା କ୍ଷେତ୍ରରୁ ବିଜେଡି ଟିକେଟରେ ବିଧାୟକ ଥିଲେ । ୨୦୧୯ ନିର୍ବାଚନରେ ସେ ବିଜେପିର ଜୟନାରାୟଣ ମିଶ୍ରଙ୍କ ଠାରୁ ପରାସ୍ତ ହୋଇଥିଲେ । ୨୦୨୪ରେ ସେ ସମ୍ବଲପୁର ଆସନରୁ ଟିକଟ ଆଶାୟୀ ଥିଲେ । କିନ୍ତୁ ଦଳ ତାଙ୍କୁ ଅଣଦେଖା କରିଥିଲା ।

Leave A Reply

Your email address will not be published.