ଅକ୍ଷୟ ତୃତୀୟାରେ ହେଲା ରଥ କାଠ ଅନୁକୂଳ #OdianewsState By Odia News On Apr 30, 2025 0 Share ଓଡ଼ିଆ ନ୍ୟୁଜ୍: ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥିବାବେଳେ, ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ବୁଧବାର ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡ଼ର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ। ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢ଼ି ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ସେପଟେ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ତାପରୁ ଉପଶମ ପାଇବା ପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିଥାନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ଏହି ଅବସରରେ ଚନ୍ଦନ, ପୁଷ୍ପର ପ୍ରଲେପ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଯିବାର ପରମ୍ପରା ରହିଛି। ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୂଦନ, ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି। #jagannath templepuriRatha katha anukula 0 Share