ଏନଏଏସିରେ ରେଟିଂ ଲାଞ୍ଚ କାରବାର; ୧୦ ଜଣଙ୍କୁ ବାନ୍ଧିଲା ସିବିଆଇ

0

ଓଡ଼ିଆ ନ୍ୟୁଜ୍: ବିଶ୍ୱବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ କାରବାର ଅଭିଯୋଗ। ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍‌ କାଉନସିଲ୍‌ (ଏନଏଏସି) ରେଟିଂ ଲାଞ୍ଚ କାରବାର ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ। ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ପ୍ରଫେସର ରହିଛନ୍ତି। ତାଙ୍କର ପରିଚୟ ବୁଲୁ ମହାରଣା ବୋଲି ଜଣାପଡିଛି।

ଗିରଫ ହୋଇଥିବା ଅନ୍ୟ ଅଭିଯୁକ୍ତ ହେଲେ ଜିପି ସାରଥୀ ଶର୍ମା, ରାଜା ହରିନ, ଏ ରାମକୃଷ୍ଣ, ସମରେନ୍ଦ୍ର ନାଥ ସାହା ଏବଂ ଗାୟତ୍ରୀ ଦେବରାଜ। ଜ୍ୟୋତି ବିହାରରେ ଥିବା ସମ୍ପୃକ୍ତ ପ୍ରଫେସରଙ୍କ ବାସଭବନ ସିଲ କରାଯିବା ସହ କାର୍ଯ୍ୟାଳୟରେ ମଧ୍ୟ ଚଢ଼ଉ କରିଛି ସିବିଆଇ।

Leave A Reply

Your email address will not be published.