ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ

0

ଓଡ଼ିଆ ନ୍ୟୁଜ୍: ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ । ରତ୍ନଭଣ୍ଡାରରେ ଥିବା ସୁବର୍ଣ୍ଣ ଅଳଙ୍କାରର କରାଯିବ ମେଳକ ଓ ତା ସହ ହେବ ଗଣତମଣତି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ କରାଯାଉଛି ଆଲୋଚନା । ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ ।ତେଣୁ ଉକ୍ତ ସମୟରେ ରତ୍ନଭଣ୍ଡାର ଖୋଲିବା ସମ୍ଭବ ହୋଇନପାରେ ।

ଜାନୁଆରୀ ମାସରେ କେଉଁ ତାରିଖରେ ରତ୍ନ ଭଣ୍ଡାର ଖୋଲିବ ସେନେଇ ତିଥି ,ବାର ସହ ମାହେନ୍ଦ୍ର ବେଳ ସ୍ଥିର କରାଯିବ । ସେପଟେ ଗଣତିମଣତି ସମୟରେ ଅଳଙ୍କାରର ସୁରକ୍ଷା ଦୃଷ୍ଟିରୁ ଭକ୍ତଙ୍କ ଦର୍ଶନ କେତେ ସମୟ ପର୍ଯ୍ୟନ୍ତ ବନ୍ଦ କରାଯିବ ତାହା ମଧ୍ୟ ସ୍ଥିରିକୃତ କରାଯିଵ । ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସବୁର ଡିଜିଟାଇଜେସନ କରାଯିବ । ୧୯୭୮ ମସିହାର ମେଳକ ସହ ଗଣତି ମଣତି କରାଯିବ । ମାର୍ଗଦର୍ଶିକା ଅନୁସାରେ ସମସ୍ତ କାର୍ଯ୍ୟ କରାଯିବ ।

Leave A Reply

Your email address will not be published.