ରତ୍ନଭଣ୍ଡାର ମରାମତି କାମ ୪ ଦିନ ସ୍ଥଗିତ

0

ଓଡ଼ିଆ ନ୍ୟୁଜ୍: ରତ୍ନଭଣ୍ଡାର ମରାମତି କାମ ୪ ଦିନ ସ୍ଥଗିତ ରହିବ। ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ। ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।

ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଜାରି ରହିବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Leave A Reply

Your email address will not be published.