କମିଲା କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୬୧୬୮ ଆକ୍ରାନ୍ତ ଚିହ୍ନଟ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାରା ଦେଶରେ କମିଲା କରୋନା ଗ୍ରାଫ୍। ଦେଶରେ କରୋନା ପଜିଟିଭ୍ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୭ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୯୨୧୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୮ ଲକ୍ଷ ୫୫ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୯୩୨ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ସାରା ଦେଶରେ କରୋନା ଟିକାକରଣ ଜୋରସୋରରେ ଜାରି ରହିଛି ।

Leave A Reply

Your email address will not be published.