ବିଖ୍ୟାତ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବିଖ୍ୟାତ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ । ଗତ କଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିବା ଜୟନ୍ତ ନିମୋନିଆରେ ଆକ୍ରାନ୍ତ ହେବା ପରେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଗତକାଲି ରାତି ପ୍ରାୟ ୯ ଟା ବେଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ୧୯୨୮ ମସିହା ଅକ୍ଟୋବର ମାସ ୨୨ତାରିଖ ଦୁର୍ଗାଷ୍ଟମୀରେ କଟକ ତିନି କୋଣିଆ ବଗିଚାରେ ଜନ୍ମଗ୍ରହଣ କରିଥିଲେ ଜୟନ୍ତ । ପିତାଙ୍କ ନାମ ଥିଲା ନେମୁଏଲ ମହାପାତ୍ର ଓ ମାତାଙ୍କ ନାମ ସୁଧାଂଶୁବାଳା ଦାଶ । ସେ କଟକର ଷ୍ଟିବର୍ଟ ସ୍କୁଲରେ ପଢ଼ା ଆରମ୍ଭ କରି ପରେ ପଦାର୍ଥ ବିଜ୍ଞାନରେ ସ୍ନାତକତ୍ତୋର ହାସଲ କରିଛନ୍ତି। ୧୯୪୯ ମସିହାରେ ସେ ରାଜ୍ୟର ବିଭିନ୍ନ ସରକାରୀ କଲେଜ ଯଥା, ଫକୀରମୋହନ କଲେଜ, ବାଲେଶ୍ୱର , ଗଙ୍ଗାଧର ମେହେର କଲେଜ, ସମ୍ବଲପୁର, ବି. ଜେ.ବି କଲେଜ, ଭୁବନେଶ୍ୱର ଏବଂ ରେଭେନ୍ସା କଲେଜ, କଟକରେ ପଦାର୍ଥ ବିଜ୍ଞାନ ବିଭାଗରେ ଅଧ୍ୟାପକ ଭାବେ କାର୍ୟ୍ୟ କରି ୧୯୮୬ରେ ଅବସର ଗ୍ରହଣ କରିଥିଲେ ।

୧୯୭୧ରେ ତାଙ୍କର ପ୍ରଥମ କବିତା ସଂକଳନ ସ୍ୱୟଂବର ପରେ ‘କ୍ଲୋଜ ଦି ସ୍କାଇ, ଟେନ ବାଇ ଟେନର ପ୍ରକାଶନ ହୋଇଥିଲା । ତାଙ୍କର କବିତା ଗୁଚ୍ଛ ମଧ୍ୟରୁ ଏ ରେନ ଅଫ ରାଇଟ୍ସ , ଲାଇଫ ସାଇନସ ଏବଂ ଏ ୱାଇଟନେସ ଅଫ ବୋନ ଆଦି ଉଚ୍ଚକୋଟୀର । ୧୯୮୧ ମସିହାରେ ଜୟନ୍ତଙ୍କ କବିତା ସଂକଳନଦି ଲଙ୍ଗ ପଏମ ରିଲେସନସିପ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲେ। ସବୁଠୁ ବଡ଼ କଥା ହେଉଛି ଭାରତରେ ଜୟନ୍ତ ପ୍ରଥମ ଓ ଏକମାତ୍ର କବି ଯାହାଙ୍କୁ ଇଂରାଜୀ ସାହିତ୍ୟ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଛନ୍ତି। ପାହିନି ରାତି (ଆତ୍ମଜୀବନୀ) ସ୍ୱୟଂବର, ପ୍ରତୀକ୍ଷା, ସମ୍ପର୍କ, ବଳୀ, କହିବି ଗୋଟିଏ କଥା ,ଟିକିଏ ଛାଇ, ବାୟା ରାଜା,ଯଦି’ବା ଗପ ଟିଏ ଆଦି ପୁସ୍ତକ ସହ ଇଂରାଜୀ ଭାଷାରେ ଶେଡ଼ୋ ସ୍ପେସ, ବେଆର ଫେସ ଏବଂ ରେଣ୍ଡୋମ ଡିସେଣ୍ଟ ଇତ୍ୟାଦି ସଙ୍କଳନର ସେ ସ୍ରଷ୍ଟା ଥିଲେ । କେବଳ କବିତା ନୁହଁ, ସେ ମଧ୍ୟ ଅନେକ ପ୍ରବନ୍ଧ ରଚନା କରିଛନ୍ତି । କିଛି କ୍ଷୁଦ୍ର ଗଳ୍ପ ଗୁଡିକୁ ନେଇ ସେ ଏକାକୀ ଗ୍ରୀନ ଗାର୍ଡେନର ନାମକ ଏକ ପୁସ୍ତକ ପ୍ରକାଶ କରିଛନ୍ତି । ତାଙ୍କ ମୃତ୍ୟୁରେ ଓଭୟ ଓଡ଼ିଆ ଓ ଇଂରାଜୀ ସାହିତ୍ୟରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.