ଘନ କୁହୁଡିରେ ରାଜ୍ୟବାସୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ  ଘନ କୁହୁଡି ଜାରି |  ଘନ କୁହୁଡ଼ି ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି ।

ଘନ କୁହୁଡି ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ରାସ୍ତା ଘାଟରେ ଗାଡି ଚଳାଚଳ ବାଧାପ୍ରାପ୍ତ ଦିନ ୧୦ଟା ପର୍ଯ୍ୟନ୍ତ ଘନ କୁହୁଡି ସାଙ୍ଗକୁ ହାଲକା ପବନ ସହିତ ଶୀତ ଅନୁଭୂତ ହେଉଥିବାରୁ ରାସ୍ତା ଘାଟ ଖାଁ ଖାଁ ।ପାଣିପାଗ ବିଭାଗ ପକ୍ଷରୁ ସୂଚନା ପାଞ୍ଚ ଦିନ ଯାଏ ଘନ କୁହୁଡ଼ି ରହିବ । ଏହି ଶୀତୁଆ ସକାଳର ମଜା ନେଉଛିତ କିଏ ଶାରିରୀକ ବ୍ୟାୟାମ କରୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ କୁହୁଡିର ପ୍ରଭାବ । ଉପକୂଳ ଓ ଉତର ଓଡ଼ିଶାର ଅଧିକାଂଶ ସ୍ଥାନରେ କୁହୁଡି ଅନୁଭୂତ ହେବ । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ଗାଡି ଚାଳକଙ୍କୁ ପରାମର୍ଶ ଦିଆଯାଇଛି । ଏହା ସହ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ତେବେ ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ ।

ମାତ୍ର ଶୀତ ବଢ଼ିବାର ସମ୍ଭାବନା କମ । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ।କିନ୍ତୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳର କେତେକ ଅଞ୍ଚଳରେ ଘନ କୁହୁଡ଼ି ଦେଖା ଯାଇପାରେ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ କୁହୁଡ଼ି କଲବଲ କରିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା । ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ଘନ କୁହୁଡ଼ି ଘେରି ରହିପାରେ ।

Leave A Reply

Your email address will not be published.