ଓଡ଼ିଆ ନ୍ୟୁଜ୍: ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା।ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା।୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ।ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ।ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ।ଦୁର୍ନୀତି ବନ୍ଦ ସହ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି। ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା ଆକ୍ସନ।କାମ ନହେଲେ ରାଜସ୍ୱ ମନ୍ତ୍ରୀଙ୍କୁ ହ୍ବାଟ୍ସ ଆପ୍ରେ ଅଭିଯୋଗ କରିପାରିବେ। ଆସନ୍ତାକାଲି ହ୍ବାଟ୍ସ ଆପ୍ ସେବାକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗୁରୁବାର ୫୫ଟି ତହସିଲ ଅଫିସକୁ ରେଜିଷ୍ଟ୍ରି ଅଫିସରେ ରୂପାନ୍ତରିତ କରାଯିବ। ଏହାସହ ହ୍ଵାଟସଆପ ସେବାକୁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ। ଏନେଇ ରାଜସ୍ଵ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ହ୍ଵାଟସଆପ ମଧ୍ୟମରେ ରାଜସ୍ୱ ବିଭାଗ ୨୪ ଘଣ୍ଟିଆ ସେବା ଯୋଗାଇଦେବ। ଜମିଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସେହିପରି ଜାତି ପ୍ରମାଣପତ୍ର ସହ ରାଜସ୍ୱ ସେବା ଗୁଡିକ ମିଳିବ। ଏହାସହ ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ।
ଏହାଦ୍ବାରା ଦୁର୍ନୀତି ବନ୍ଦ ହେବା ସହ ବାରମ୍ବାର ଲୋକଙ୍କୁ ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବ ନାହିଁ। ନିର୍ଦ୍ଧିଷ୍ଟ ସମୟ ଭିତରେ ସମସ୍ୟା ସମାଧାନ କରାନଗଲେ କିମ୍ବା ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି କାମ ନହେଲେ ସିଧାସଳଖ ରାଜସ୍ୱ ମନ୍ତ୍ରୀଙ୍କ ପାଖକୁ ମଧ୍ୟ ଅଭିଯୋଗକାରୀ ହ୍ଵାଟସଆପ୍ କରିପାରିବେ।