ଓଡ଼ିଆ ନ୍ୟୁଜ୍: ଏଣିକି ପଦ୍ମ ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି ମିଳିବ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଚଳିତ ଜାନୁଆରୀ ମାସରୁ ହିଁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।
ରାଜ୍ୟରେ ବର୍ତ୍ତମାନ ୫୫ ଜଣ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଜୀବିତ ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି କରିଥିଲେ ଘୋଷଣା।
Next Post