ଓଡ଼ିଆ ନ୍ୟୁଜ୍: ପାରାଦ୍ଵୀପରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨ ଆରମ୍ଭ ହୋଇଛି। ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟକ ବର୍ଷ ଦୁଇଥର ଆୟୋଜିତ ହେଉଛି ଏହି ମିଳିତ ସମରାଭ୍ୟାସ ସାଗର କବଚ।
ଚଳିତ ବର୍ଷର ଦ୍ବିତୀୟ ସମରାଭ୍ୟାସ ସାଗର କବଚ-୨ ଦୁଇଦିନ ଧରି ଗଭୀର ସମୁଦ୍ରରେ ଆରମ୍ଭ ହୋଇଯାଇଛି। ଏହି ମିଳିତ ସମରାଭ୍ୟାସରେ ଜଳପଥରେ ହେଉଥିବା ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶକାରୀକୁ କିପରି ପ୍ରତିରୋଧ କରାଯାଇପାରିବ ଏହାର ସମସ୍ତ କଳାକୌଶଳ ପ୍ରଦର୍ଶନ କରୁଛନ୍ତି ୧୮ରୁ ଊର୍ଦ୍ଧ୍ବ ବିଭାଗ। ଗଭୀର ସମୁଦ୍ରରେ ଭାରତୀୟ ନୌସେନା, କୂଳରେ ତଟରକ୍ଷୀ ବାହିନୀ, ସାମୁଦ୍ରିକ ଥାନା ପୁଲିସ ଓ ମତ୍ସ୍ୟ ବିଭାଗ ପଇଁତରା ମାରିବା ସହିତ ଅନ୍ୟ ବିଭାଗ ଗୁଡ଼ିକ ସ୍ଥଳଭାଗରେ ଉପକୂଳକୁ ସୁରକ୍ଷା ଯୋଗାଉଛନ୍ତି।