ପୁଣି ଜଣେ ନିର୍ବାଚନ ପ୍ରାର୍ଥୀଙ୍କ ମୃତ୍ୟୁ

0

ଆଜି ପୁଣି ଜଣେ ପ୍ରାର୍ଥୀଙ୍କ ଅକାଳ ବିୟୋଗ ହୋଇଛି। ଅନୁଗୁଳ ଜିଲ୍ଲାର ସମିତି ସଭ୍ୟ ପ୍ରାର୍ଥୀନୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁଗୁଳ କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକ।

ଅନ୍ୟପଟେ, ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଥିବାବେଳେ କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରାଙ୍କ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି। ଆଜି ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୧୬୬୯ଟି ଗ୍ରାମପଞ୍ଚାୟତର ୬୭ଲକ୍ଷ ୫୧ହଜାର ମତଦାତା ୨୨୩୭୯ଟି ବୁଥରେ ମତଦାନ ହେବ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ନ ୧ଟା ଯାଏଁ ଜାରି ରହିବ। ଭୋଟକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହା ସହ କୋଭିଡ-୧୯ କଟକଣାକୁ ପାଳନ କରାଯାଉଛି।

Leave A Reply

Your email address will not be published.