ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୋମବାର ଦିନ ସିବିଆଇ ଆରଜି କର ମେଡିକାଲ୍ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ, ତାଙ୍କର ଅତିରିକ୍ତ ସୁରକ୍ଷା କର୍ମୀ ଅଫସର ଅଲିଙ୍କ ସମେତ ବିପ୍ଲାବ ସିଂଘ ଓ ସୁମନ ହଜ୍ରା ନାମକ ଅନ୍ୟ ଦୁଇଜଣଙ୍କୁ ଆରଜି କର ମେଡିକାଲ କଲେଜ ଦୁର୍ନୀତି ମାମଲାରେ ଗିରଫ କରିଛି। ମଙ୍ଗଳବାର ଦିନ ସେମାନଙ୍କୁ କୋଲକାତାର ଆଲିପୋର କୋର୍ଟରେ ହାଜର କରାଯାଇଥିଲା। ପ୍ରକାଶ ଥାଉକି, ସାନ୍ଦୀପ ଘୋଷ କୋର୍ଟ ପରିସରକୁ ଯିବାବେଳେ ଓକିଲଙ୍କ ସମେତ ବହୁ ଜନତା ତାଙ୍କୁ ଘେରିଥିଲେ ଏବଂ ଚୋର, ଚୋର ସ୍ଲୋଗାନ ଦେଇଥିଲେ।
କୋର୍ଟରୁ ବାହାରିବା ସମୟରେ ଜଣେ ବ୍ୟକ୍ତି ତାଙ୍କୁ ଆକ୍ରମଣ କରି ଏକ ଚାପୁଡ଼ା ମାରିଥିଲେ। ତେବେ ସୂଚନା ମୁତାବକ, କୋଲକାତା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ସନ୍ଦୀପ ଘୋଷଙ୍କୁ ମଙ୍ଗଳବାର ସିବିଆଇ ଟିମ୍ ଗିରଫ କରିବା ପରେ ଆଲିପୁର କୋର୍ଟରେ ହାଜର କରିଥିଲା। ଏହି ସମୟରେ କୋର୍ଟ ବାହାରେ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା।ତେବେ କୋର୍ଟରୁ ବାହାରକୁ ବାହାରିବା ପରେ ତାଙ୍କୁ ବିରୋଧ କରି ଉତ୍ୟକ୍ତ ଲୋକେ ଘେରି ଯାଇଥିଲେ। ତାଙ୍କୁ ଫାଶୀ ଦିଆଯାଉ ବୋଲି ନାରା ଲଗାଇଥିଲେ। ଏହାରି ଭିତରେ ପୁଲିସ ସୁରକ୍ଷା ମଧ୍ୟରେ ଥିଲେ ମଧ୍ୟ ତାଙ୍କ ଉପରକୁ ଜଣେ ବ୍ୟକ୍ତି ଆକ୍ରମଣ କରି ତାଙ୍କୁ ଚାପୁଡା ମାରିଥିଲେ।
ଫଳରେ ତାଙ୍କ ମୁଣ୍ଡରେ ବାଜିଥିଲା। ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି। ଏହି ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆର୍.ଜି. କର ମେଡିକାଲ କଲେଜ ଆର୍ଥିକ ଅନିୟମିତତା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିବାର ଦିନକ ପରେ ପଶ୍ଚିମବଙ୍ଗ ସ୍ୱାସ୍ଥ୍ୟ ବିଭାଗ ତାଙ୍କୁ ନିଲମ୍ବନ କରିଛି। ତାଙ୍କ ବିରୋଧରେ ଆପରାଧିକ ତଦନ୍ତ ଚାଲିଥିବାରୁ ପଶ୍ଚିମବଙ୍ଗ ସର୍ଭିସେସ (କ୍ଲାସିଫିକେଶନ, କଣ୍ଟ୍ରୋଲ ଆଣ୍ଡ ଅପିଲ) ରୁଲ୍ସ, ୧୯୭୧ର ରୁଲ ୯(୧ସି) ଅନୁଯାୟୀ ତାଙ୍କୁ ନିଲମ୍ବନ କରାଯାଇଛି।