ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ସାନି ମତଦାନ । ବୁଥ ନମ୍ବର ୨୬ ଓ ବୁଥ ନମ୍ବର ୨୮ରେ ପୁନଃ ମତଦାନ ହେବ । ECIଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଛନ୍ତି। ତେବେ ସୂଚନା ମୁତାବକ, ଆସନ୍ତାକାଲି ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଏହି ଦୁଇ ବୁଥରେ ପୁନଃ ମତଦାନ ହେବ। ଏଥିପାଇଁ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।
ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବୁଥ ନମ୍ବର-୨୬ ଓ ବୁଥ ନମ୍ବର- ୨୮ରେ ମେ’ ୨୩ରେ ପୁନଃ ମତଦାନ ଅନୁଷ୍ଠିତ ହେବ । ଏନେଇ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ଉକ୍ତ ବୁଥ ଦ୍ୱୟର ସମସ୍ତ ମତଦାତାଙ୍କୁ ଏହା ଅବଗତ କରାଯାଇଛି ।କଣ୍ଟାମାଳ ନିର୍ବାଚନମଣ୍ଡଳୀ ମହେଶ୍ୱର ପିଣ୍ଡା ବୁଥ୍ ନମ୍ବର- ୨୮ରେ ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା।
ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ପୁନଃ ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ। ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ଲାଠିମାଡ ଓ ଫାଙ୍କା ଗୁଳିଚାଳନା ବି କରିଥିଲା। ସୂଚନାଯୋଗ୍ୟ, ଗତକାଲି ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା । ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।
Comments are closed.