ଶରଧାବାଲିରେ ଅଘଟଣ, ବଢିଲା ମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା

0

ଓଡ଼ିଆ ନ୍ୟୁଜ୍: ବଢିଲା ମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା।ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କୌଣସି ଅଘଟଣ ଆଶଙ୍କାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏହି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

Leave A Reply

Your email address will not be published.