ଓଡ଼ିଆ ନ୍ୟୁଜ୍: ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତା ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା। ଅସହ୍ୟ ଗରମ ପାଇଁ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି।ସମସ୍ତ ଅଙ୍ଗନବାଡ଼ି, ସରକାରୀ ଓ ବେସରକାରୀ ସ୍କୁଲ୍, କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି।
ଏମିତିରେ ସତର୍କତାମୂଳକ ପଦକ୍ଷେପ ଭାବରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ଦ ହୋଇଛି ଶିକ୍ଷାନୁଷ୍ଠାନ। ଜିଲ୍ଲାରେ ଏପ୍ରିଲ ୧୮ ତାରିଖରୁ ୨୨ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।
ସୂଚନାଥାଉକି, ଏହା ପୂର୍ବରୁ ଶୁକ୍ରବାର ବଲାଙ୍ଗିରରେ ମଧ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ, ଜିଲ୍ଲାର ସବୁ ଅଙ୍ଗନଓ୍ବାଡ଼ି, ସ୍କୁଲ, କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନକୁ ୧୮ ଏପ୍ରିଲରୁ ୨୧ ଏପ୍ରିଲ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଛୁଟି ଘୋଷଣା କରିଛନ୍ତି।