ବନ୍ଦ ରହିବ ସ୍କୁଲ , ଖୋଲା ରହିବ ଅଙ୍ଗନବାଡି

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ବିଦ୍ୟାଳୟର ଗ୍ରୀଷ୍ମ ଛୁଟି ପରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର କାର୍ଯ୍ୟକୁ ନେଇ କିଛି ଦ୍ୱନ୍ଦ୍ୱ ରହିଥିଲା ।ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସୂଚନା ଦିଆଯିବା ସହ ଅଙ୍ଗନବାଡି କେନ୍ଦ୍ରଗୁଡିକ ପୂର୍ବ ନିର୍ଦ୍ଦେଶ ମୁକାବକ ସଂଶୋଧିତ ସମୟ ସୀମା ଅନୁଯାୟୀ ପ୍ରତ୍ୟେକ କାର୍ଯ୍ୟଦିବସରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି କୁହାଯାଇଛି । ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ସଂଶୋଧିତ ସୟ ସୀମା ଅନୁଯାୟୀ ଓ ପୂର୍ବରୁ ଜାରି ହୋଇଥିବା ଗ୍ରୀଷ୍ମ ପ୍ରବାହ ପ୍ରୋଟୋକଲ ପାଳନ କରି ପୂର୍ବପରି କାର୍ଯ୍ୟକ୍ଷମ ରହିବ ବୋଲି ସ୍ପଷ୍ଟ କରାଯାଉଛି ।

ଖରାକୁ ଦୃଷ୍ଟିରେ ରଖି ସରକାର ଗ୍ରୀଷ୍ମକାଳୀନ ଅବକାସ ନିର୍ଦ୍ଧାରିତ ସମୟ ପୂର୍ବରୁ ଘୋଷଣା କରିଛନ୍ତି । ସମସ୍ତ ସ୍କୁଲ ୧ମରୁ ୧୦ ଯାଏ ଗ୍ରୀଷ୍ମଛୁଟି ପାଇଁ ବନ୍ଦ ରହିବ । ହେଲେ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ ନାହିଁ । ପ୍ରତ୍ୟେକ କାର୍ଯଦିବସରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ସବୁ ଅଙ୍ଗନବାଡି ଖୋଲିବ । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।

ଛୁଟିଦିନ ବ୍ୟତୀତ ଅନ୍ୟ ଦିନରେ ଖୋଲା ରହିବ ଅଙ୍ଗନବାଡ଼ି । ତେବେ ସ୍ଥାନୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାପାଳମାନେ ଅଙ୍ଗନବାଡି କେନ୍ଦ୍ର କାର୍ଯ୍ୟ ସମୟରେ ଆବଶ୍ୟକ ପରିବର୍ତ୍ତନ କରିପାରନ୍ତି ।

ସୂଚନା ଥାଉକି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକର ଗ୍ରୀଷ୍ମ ଅବକାଶ ଚଳିତ ଏପ୍ରିଲ ୨୧ରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ ବୋଲି ଗତ ୨୦ ତାରିଖରେ ଘୋଷଣା ହୋଇଥିଲା । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି ।

ତେଣୁ ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଥିବା କୁହାଯାଇଥିଲା । ଏପ୍ରିଲ ୧୭ ତାରିଖରୁ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ପାଠପଢା ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ ବୋଲି ଚଳିତ ମାସ ୧୬ ତାରିଖରେ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା ।

 

 

 

 

 

Leave A Reply

Your email address will not be published.