ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୪ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା ୨୦ରୁ ୨୩ ତାରିଖ ଚାରି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।
ଖୋର୍ଦ୍ଧାରେ ୨୦ରୁ ୨୩ ସ୍କୁଲ ଛୁଟି । ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୨୦ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି ଛୁଟି ଘୋଷଣା କରାଯାଇଛି । ଅସହ୍ୟ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।