ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଡହଡହ ଖରାରେ ସିଝୁଛି ଓଡିଶା । ବାର୍ଷାର ଦେଖା ନାହିଁ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟ ଘୋଷଣା ହୋଇଛି । ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ଖରା ଛୁଟି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ୨୧ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଲାଗି ଛୁଟି ଘୋଷଣା କରାଯାଇଛି । କେବେ ସ୍କୁଲ ଖୋଲିବ ସେ ନେଇ ସଂପୃକ୍ତ ବିଭାଗ ନିଷ୍ପତ୍ତି ବୋଲି ସୂଚନା ମିଳିଛି।
ସୂଚନା ମୁତାବକ, ରାଜ୍ୟରେ ଏବେ ଗ୍ରୀଷ୍ମ ବଢିଛି । ୧୮ଟି ସହର ୪୦ ଡିଗ୍ରୀ ଉପରେ ରହିଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ଛୁଟି ଘୋଷଣା କରିଥିଲେ । ପରେ ପୁଣି ୧୯ ଓ ୨୦ ତାରିଖ ଦୁଇ ଦିନ ସରକାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଥିଲେ । ତାତିରୁ ନିସ୍ତାର ମିଳୁ ନଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ।