ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍।୧୮ ବଦଳରେ ୨୦ ତାରିଖରେ ସ୍କୁଲ ଖୋଲିବ।ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି।ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅତ୍ୟଧିକ ଖରା ଓ ଗରମ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୨ରୁ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଥିଲେ। ୨୩ ତାରିଖରୁ ସ୍କୁଲ ବନ୍ଦ ରହିଥିଲା। ତେବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍ ଭାବେ ପରିଚାଳିତ ହୋଇପାରିବ ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଉପରେ ଅଧିକ ଦାୟିତ୍ୱ ନ୍ୟସ୍ତ କରାଯାଇଛି।