ଜୁଲାଇ ୨ରୁ ମୌସୁମୀ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

0

ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ୍‌): ଆସନ୍ତା ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ । ତେବେ ଏହା ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ୨୪ଟି କାର୍ଯ୍ୟ ଦିବସ ଥିବା ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଦ୍ୟମ କରିଛନ୍ତି । ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବାକୁ ଥିବା ଏହି ବୈଠକରେ ସବୁ ଦଳର ସଦସ୍ୟମାନେ ଉପସ୍ଥିତ ରହି ଗୃହ ସୁପରିଚାଳନା ଉପରେ ଆଲୋଚନା କରିବେ । ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍ ।

ସେହିପରି ଜୁଲାଇ ୩୦ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଧେୟକ । ଅନ୍ୟପଟେ କୋଭିଡ କଟକଣା ଭିତରେ ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଥିବାରୁ ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଧାନସଭାରେ ବିଧାୟକଙ୍କ ସହ ବିଧାନସଭାର କର୍ମଚାରୀ, ସୁରକ୍ଷାକର୍ମୀ, ସାମ୍ବାଦିକଙ୍କର କରୋନା ଟେଷ୍ଟ କରାଯିବ । ନେଗେଟିଭ୍ ରିପୋର୍ଟଧାରୀଙ୍କୁ ବିଧାନସଭା ପ୍ରବେଶ ପାଇଁ ଅନୁମତି ମିଳିବ।

Leave A Reply

Your email address will not be published.