ଓଡ଼ିଆ ନ୍ୟୁଜ୍: ବିଜେଡିରୁ ସସ୍ପେଣ୍ଡ ପରେ ସୋସିଆଲ ମିଡିଆରେ ଶ୍ରୀମୟୀଙ୍କ ପ୍ରତିକ୍ରିୟା।‘ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରି ନାହିଁ କି କରିବି ନାହିଁ’।ଏକ ବର୍ଷ ଧରି ଦଳରେ ନାହିଁ, ସଦସ୍ୟତା ନବୀକରଣ କରି ନାହିଁ।‘ସେ ଦଳ ମୋତେ ନିଲମ୍ବନ କରିବା, ଜଗତେ କେବଳ ଜନେ ହସିବେ’। ‘ଜଣେ ଅଣଓଡ଼ିଆଙ୍କ ପ୍ରରୋଚନାରେ ଓଡ଼ିଶାକୁ ଶାସନ କରୁଥିବା ନେତା ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ୍ ବିଚାର କରନ୍ତୁ।ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କଲେ।
ସାମାଜିକ ଗଣମାଧ୍ୟମରେ ନିଜର ପ୍ରତିକ୍ରିୟା ସେୟାର କରି ଶ୍ରୀମତୀ ମିଶ୍ର କହିଛନ୍ତି, ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶାକୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ୍ ବିଚାର ଆପଣମାନଙ୍କର। ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କରିଦେଲେ। ମୁଁ ଓଡ଼ିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ୍ ମନେ କରୁନାହିଁ।