ଓଡ଼ିଆ ନ୍ୟୁଜ୍: ଭାରତୀୟ ଦିନିକିଆ ଦଳର ଉପଅଧିନାୟକ ଶ୍ରେୟସ ଆୟର ICUରେ ଭର୍ତ୍ତି।ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ ବେଳେ ଆହତ।ସିଡନୀ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍ରେ କ୍ୟାଚ୍ ନେବା ସମୟରେ ଶ୍ରେୟସ ଆୟରଙ୍କ ପଞ୍ଜରାରେ ଆଘାତ ଲାଗିଥିଲା।
ଏହି ଘଟଣା ପରେ ଏବେ ଉପ-ଅଧିନାୟକ ଗୁରୁତର ଆଘାତ ପାଇ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଏବେ ICUରେ ରଖାଯାଇଛି। ସୂଚନା ମିଳିଛି ଯେ, ଘଟଣା ଘଟିବା ପରେ ପଞ୍ଜରା ହାଡ଼ ଭିତରେ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଜାତୀୟ ଗଣମାଧ୍ୟମ ମୁତାବକ, ଶ୍ରେୟସଙ୍କ ସୁସ୍ଥତା ଉପରେ ନିର୍ଭର କରି ତାଙ୍କୁ ୨ରୁ ୭ଦିନ ପର୍ଯ୍ୟନ୍ତ ପର୍ଯ୍ୟବେକ୍ଷଣରେ ରଖାଯିବ। କାରଣ ରକ୍ତସ୍ରାବରୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି।