ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ASI ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅତି ଶ୍ରୀଘ ASI ତରଫରୁ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଏହା ସହ ଉନ୍ନତମାନର ଯଥା ଆଇଆଇଟି ବିଶେଷଜ୍ଞ ଓ ସିବିଆରଆଇ ବିଶେଷଜ୍ଞଙ୍କ ଅନୁପସ୍ଥିତିରେ ଲେଜର ସ୍କାନିଂ ଓ ଜିପିଆରଏସ୍ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ନିବେଦନ କରିଛନ୍ତି । ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି । ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।
ଉନ୍ନତ ଅନୁଷ୍ଠାନ ଯଥା IIT ବିଶେଷଜ୍ଞ ଓ CBRI ବିଶେଷଜ୍ଞଙ୍କ ଦ୍ବାରା ଯାଞ୍ଚ ପାଇଁ ଅନୁରୋଧ କରାଯାଇଛି। ଏଥିନିମନ୍ତେ ଅତ୍ୟାଧୁନିକ ଯନ୍ତ୍ରପାତିରେ ଲେଜର ସ୍କାନିଂ ଓ GPRS ଭଳି ଅତ୍ୟାଧୁନିକ ଭାବରେ ଯାଞ୍ଚ କରିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏଥିନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି । କବାଟ କଟାଯାଇ ରତ୍ନଭଣ୍ଡାରରେ ଥିବା ଗୋଟିଏ ଲୁହା ସିନ୍ଦୁକ, ଭିତର ରତ୍ନଭଣ୍ଡାରରେ ଥିବା ୨ଟି କାଠ ଆଲମିରା, ଗୋଟିଏ ଲୁହା ଆଲମିରା, ୨ଟି କାଠ ସିନ୍ଦୁକକୁ ମିଶାଇ ମୋଟ ୭ଟି ଆଲମିରାକୁ ବାହାର କରାଯାଇଥିଲା । ପରେ ପୁଣି କବାଟ ମରାମତି ହୋଇଥିଲା ।
ଏସବୁକୁ ଶ୍ରୀମନ୍ଦିର ପଶ୍ଚିମଦ୍ବାର ପାର୍ଶ୍ବ ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଗୃହକୁ ସ୍ଥାନାନ୍ତର କରାଯାଇଛି । ଏବେ ଭିତର ଏବଂ ବାହାର ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହୋଇଯାଇଛି। ତେଣୁ ଏହାର ମରାମତି ନିମନ୍ତେ ଏଏସଆଇ ଡିଜିଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଯାଞ୍ଚ ସମୟରେ ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ SOP ପ୍ରସ୍ତୁତ କରାଯାଇଛି ସେହି କ୍ରମରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
Comments are closed.