SI ପରୀକ୍ଷା ସ୍କାମ୍‌; CBI ତଦନ୍ତ ସୁପାରିସ୍‌

0

ଓଡ଼ିଆ ନ୍ୟୁଜ୍: ପୋଲିସ SI ସ୍କାମ୍‌; CBI ତଦନ୍ତ ପାଇଁ ସୁପାରିସ୍‌।CBI ତଦନ୍ତ ପାଇଁ ସୁପାରିସ୍‌ କଲେ ମୁଖ୍ୟମନ୍ତ୍ରୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ।ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ।ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ CBI ତଦନ୍ତ ସୁପାରିସ।ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି।

ଓଡ଼ିଶା ପୁଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।

Leave A Reply

Your email address will not be published.