ଅସୁସ୍ଥ ଆଡଭାନୀ, ହସ୍ପିଟାଲରେ ଭର୍ତ୍ତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଭାରତରତ୍ନ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ବୁଧବାର ବିଳମ୍ବିତ ରାତିରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି।  ସେ ଅସୁସ୍ଥ ହେବା ପରେ ତ‌ାଙ୍କୁ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ସୂତ୍ରରୁ ପ୍ରକାଶ।

୯୬ ବର୍ଷୀୟ ଏହି ଭେଟେରାନ ରାଜନେତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପାଇବାର ହେବାର ମାତ୍ର ତିନି ମାସ ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀରେ ତାଙ୍କ ବାସଭବନରେ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାଦ ପ୍ରେରଣ କରିଥିଲେ। ଏହି ଆନୁଷ୍ଠାନିକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ଏଲ.କେ ଆଡଭାନୀଙ୍କ ପରିବାର ସଦସ୍ୟ ଯୋଗ ଦେଇଥିଲେ।

ଏଲ.କେ ଆଡଭାନୀ ଜୁନ୍ ୨୦୦୨ ରୁ ମେ ୨୦୦୪ ପର୍ଯ୍ୟନ୍ତ ଭାରତର ଉପପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅକ୍ଟୋବର ୧୯୯୯ ରୁ ମେ ୨୦୦୪ ପର୍ଯ୍ୟନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ଏକାଧିକ ଥର ବିଜେପିର ସଭାପତି ଥିଲେ।

Leave A Reply

Your email address will not be published.