ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା। ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ। ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ। ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼।ଲୋକଙ୍କ ସୁରକ୍ଷା ନେଇ ଇନ୍ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ।ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ।
ହାତୀଙ୍କ ଉପସ୍ଥିତି ଯୋଗୁଁ ଆଜି ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏ ପାହାଡ ଉପରକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ମୁଖ୍ୟ ଫାଟକ ବନ୍ଦ କରାଯାଇଥିବା ବେଳେ ସମ୍ମୁଖରେ ବନ କର୍ମଚାରୀ ଓ ଇନଫୋସିଟି ଥାନା ପୁଲିସ ପକ୍ଷରୁ ଲୋକଙ୍କୁ ସଚେତନ କରଯାଉଛି । ଅନ୍ୟପଟେ ହାତୀ ଦୁଇଟି ଉପରେ ନଜର ରଖିବା ପାଇଁ ଦୁଇଟି ଟିମ୍ ଗଠନ କରାଯାଇଛି ।