ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା

0

ଓଡ଼ିଆ ନ୍ୟୁଜ୍: ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା।ଭାରତର 107 ତମ ଜାତୀୟ ଉଦ୍ୟାନ ହେଲା ଶିମିଳିପାଳ ‍ଜଙ୍ଗଲ। ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି। ୨୭୫୦ ବର୍ଗ କିଲୋମିଟର ଅଞ୍ଚଳ ମଧ୍ୟରୁ ମାତ୍ର ୮୪୫.୭୦ ବର୍ଗ କିଲୋମିଟର ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରାଗଲା । ଏହା ଶିମିଳିପାଳର ପଳପଳା ନଦୀର ଉତ୍ତର ଅବବାହିକାରୁ ଆରମ୍ଭ ହୋଇ ଦକ୍ଷିଣକୁ କାଲିପାହାଡ ପର୍ଯ୍ୟନ୍ତ, ଉତ୍ତରପୂର୍ବ ସୀମା ସୀତକୁଣ୍ଡ ଠାରୁ ସୁନପୋଖରୀ ପାହାଡ଼ ଯାଏଁ ପରିବ୍ୟାପ୍ତ ରହିବ ।

ସେହିପରି ଦକ୍ଷିଣ ପଶ୍ଚିମ ସୀମା ଭାବରେ ଗୁରୁସଦର ପାହାଡ଼ ଠାରୁ ମୁରାରୀ ପର୍ବତ ଯାଏଁ ଚିହ୍ନିତ ହୋଇଛି । ସେହିଠାରୁ ପୁଣି ପଶ୍ଚିମକୁ ବେଲପାଣି ନାଳ ଠାରୁ ଧୁଣ୍ଡୁବସା ଜଳପ୍ରପାତ ପର୍ଯ୍ୟନ୍ତ ରହିଛି । ସେହିପରି ଜାତୀୟ ଉଦ୍ୟାନର ପରିସୀମା ଭିତରେ ସଂଜନାଳ, ଦଲକି ନଦୀ, ଦେବକୁଣ୍ଡ, ବୁଢ଼ାବୁଢ଼ୀ ପାହାଡ଼ର ଅଞ୍ଚଳ ଦେଇ ଦକ୍ଷିଣପୂର୍ବ ସୀମା ରହିଛି । ଦକ୍ଷିଣକୁ ଟାଙ୍ଗି ପାହାଡ଼, ବନିଆପଡ଼ା ନଦୀ ଦେଇ ପଶ୍ଚିମକୁ ମଙ୍କଡିଆ ପାହାଡ଼ ଦେଇ ନଛିପୁର ଓ ଭଞ୍ଜବସା ସହିତ ସଂଯୋଗ ହୋଇଛି ।

Leave A Reply

Your email address will not be published.