ଓଡ଼ିଆ ନ୍ୟୁଜ୍: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗ୍ରତ୍ନମ। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି। ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱରର ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିବା ସହିତ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତ ଯେ, ମୋ ସହିତ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ତାଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ସମ୍ପର୍କ ସୁଦୃଢ କରିବା ପାଇଁ ଆଲୋଚନା କରିବେ।
ବିଶେଷ କରି ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ରହିଛି। ସିଙ୍ଗାପୁର ସରକାରଙ୍କ ସହିତ ଓଡିଶା ସରକାରଙ୍କ ଅନେକ ଗୁ଼ଡିଏ ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଏହା ଦ୍ୱାରା ଓଡିଶାରେ ପୁଞ୍ଜି ନିବେଶ ହେବ। ଆମର ସମୃଦ୍ଧ ଓଡିଶା ଗଠନ ପାଇଁ ଲକ୍ଷ୍ୟ ରହିଛି। ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ମଧ୍ୟ ବିପୁଳ ପୁଞ୍ଜି ନିବେଶ ଆସିବ।