ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ ମନା, କଡ଼ାକଡ଼ି ହେବ କଟକଣା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ ମନା । ସେବାୟତ ଶ୍ରୀମନ୍ଦିରର ସିଂହଦ୍ୱାର ଓ ଦକ୍ଷିଣ ଦ୍ୱାର ନିକଟରେ ହୋଇଥିବା ଦୁଇଟି କେନ୍ଦ୍ରରେ ମୋବାଇଲ ଜମା ଦେଇ ମନ୍ଦିରକୁ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ତେବେ ସୂଚନା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୋଟିଏ ଫୋନ୍ ରଖାଯିବ ।

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଶ୍ରୀମନ୍ଦିର ପରିଚାଳନା, ସେବାୟତ ପିଲାଙ୍କ ପାଇଁ ଶ୍ରୀଜଗନ୍ନାଥ ଆଦର୍ଶ ଗୁରୁକୂଳମ ନେଇ ର୍ବିଲା ଫାଉଣ୍ଡେସନ ସହ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଏହା ବ୍ୟତୀତ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ନେଇ ୪୦୦୦ ହେକ୍ଟରରୁ ୩୬୦୦ ହେକ୍ଟରରେ ବୃକ୍ଷରୋପଣ ହୋଇଛି ।

Leave A Reply

Your email address will not be published.