ନୂଆପଡ଼ା ପାଇଁ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥିନୀ

0

ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି।ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ।

ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ।

 

Leave A Reply

Your email address will not be published.