ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନ ପାଇଁ ଶୋଭା ଯାତ୍ରାରେ ଆସି ନାମାଙ୍କନ ଦାଖଲ କଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ । ନିଜର ଦଳୀୟ କର୍ମୀ ଓ ସମର୍ଥକ ମାନଙ୍କ ଗହଣରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଲ୍ଲା ମଲ୍ଲିକ, ଟୁକୁନି ସାହୁ, ବିଧାୟକ ଅଧିରାଜ ପାଣିଗ୍ରାହୀ, ଲେଖାଶ୍ରୀ ସାମନ୍ତସିଂହାର, ବର୍ଷା ସିଂ ବରିହା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଗତ ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ବିଜେପି ଓ କଂଗ୍ରେସ। ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।