ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା

0

ଓଡ଼ିଆ ନ୍ୟୁଜ୍: ଶୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା।ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି।ରାଜ୍ୟ ସରକାର ଶୋଭନା ମହାନ୍ତିଙ୍କୁ ମହିଳା କମିସନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏ‌ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ଶୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ଏଥିରେ କୁହାଯାଇଛି। ନୂଆ ନିଯୁକ୍ତି ନେଇ ଶୋଭନା ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି।

ଶ୍ରୀମତୀ ମହାନ୍ତି କହିଛନ୍ତି, ପଦପାଇଁ ଆଶା କରି ନଥିଲି। କିନ୍ତୁ ଏହା ମିଳିଥିବାରୁ ଖୁସି ଅନୁଭବ କରୁଛି। ରାଜ୍ୟ ସରକାର ଯେଉଁ ଦାୟିତ୍ବ ଦେଇଛନ୍ତି, ତାକୁ ଠିକ୍‌ ଭାବେ ତୁଲାଇବି। ମୖହିଳାଙ୍କୁ ଠିକ ଭାବେ ନ୍ୟାୟ ଦେବାକୁ ଉଦ୍ୟମ କରିବି। ଆମ ସରକାରରେ ମହିଳାଙ୍କୁ ଉଚିତ ନ୍ୟାୟ ମିଳିବ। ମୁଁ ବାଲେଶ୍ବରର ଝିଅ, ନ୍ୟାୟ ପାଇଁ ସବୁବେଳେ ଲଢ଼ିବି। ନିଜ ଦଳ ହୁଅନ୍ତୁ ବା ଅନ୍ୟ କେଉଁ ଦଳର ହୁଅନ୍ତୁ ଦୋଷୀଙ୍କୁ ଛଡ଼ାଯିବ ନାହିଁ।

Leave A Reply

Your email address will not be published.