ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ

0

ଓଡ଼ିଆ ନ୍ୟୁଜ୍: ମୃତ୍ତିକା ସଂରକ୍ଷଣ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ।

ସୂଚନାଯୋଗ୍ୟ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୟାନିଧିଙ୍କ ଭୁବନେଶ୍ୱର, କଳାହାଣ୍ଡି ଓ ନବରଙ୍ଗପୁରର ୮ଟି ସ୍ଥାନରେ ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ସୋମବାର ଏକକାଳୀନ ଚଢ଼ାଉ ହୋଇଥିଲା। ଯାଞ୍ଚ ହେଉଥିବା ସ୍ଥାନ ମଧ୍ୟରେ ଦୟାନିଧିଙ୍କ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ କୁପାଗଗାଁସ୍ଥିତ ଘର, ଧର୍ମଗଡ଼ ଥାନା ଅନ୍ତର୍ଗତ ବିକ୍ରମଗଡ଼ାସ୍ଥିତ ଶ୍ୱଶୁର ଘର, ଭୁବନେଶ୍ୱରସ୍ଥିତ ଅଫିସ ଚାମ୍ବର ଆଦି ରହିଥିଲା।

ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଯାଞ୍ଚ ହେଉଥିବାବେଳେ ଭିଜିଲାନ୍ସ ନିର୍ଦ୍ଦେଶାଳୟର ୮ଟି ଟିମ୍‌ରେ ୧୦ଜଣ ଡିଏସ୍‌ପି, ୮ ଇନ୍ସପେକ୍ଟର, ୧୦ ଏଏସ୍‌ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ ହୋଇଥିଲେ। ଦୟାନିଧିଙ୍କ ବହୁ ପ୍ଲଟ୍‌, ଫ୍ଲାଟ ସମେତ ବହୁ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ଭିଜିଲାନ୍ସ ଠାବ କରିଥିଲା। ଦୟାନିଧିଙ୍କ ମୋଟ ୮୪ ଏକର ଜମି ଠାବ ହୋଇଥିବା ବେଳେ ଭିଜିଲାନ୍ସ ଇତିହାସରେ ଏହା ସବୁଠୁ ଅଧିକ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.