ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ । ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ । ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ । ଏକକାଳୀନ ୮ଟି ସ୍ଥାନରେ ଛାନ୍ଭିନ୍ କରୁଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ବର, କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ରେଡ୍ । ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୧୦ ଜଣ ଡିଏସପି, ୮ ଜଣ ନିରୀକ୍ଷକ, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚାଲିଛି ରେଡ୍ ।