ଶାନ୍ତି ବନରେ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ-ଖଡଗେ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଯାହାକି ପ୍ରତିବର୍ଷ ସାରା ଦେଶରେ ଶିଶୁ ଦିବସ ବା ବାଲ ଦିବସ ଭାବରେ ପାଳନ କରାଯାଏ। ଶିଶୁପ୍ରିୟ ପଣ୍ଡିତ ନେହେରୁଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ।

ନୂଆଦିଲ୍ଲୀ ସ୍ଥିତ ଶାନ୍ତି ବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କଂଗ୍ରେସ ଅଧ୍ୟକ୍ଷ ଖଡଗେଙ୍କ ସମେତ କଂଗ୍ରେସ ପର୍ଲାମେଣ୍ଟାରୀ ପାର୍ଟି ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପଣ୍ଡିତ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହା ସହିତ ଅନେକ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ଜବହାରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

X (ପୂର୍ବ ଟ୍ୱିଟର) ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଯେ ଆମର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ୧୮୮୯ ମସିହା ନଭେମ୍ବର ୧୪ରେ ଉତ୍ତରପ୍ରଦେଶ ଆହ୍ଲାବାଦ ସହରର ଏକ କାଶ୍ମୀର ପଣ୍ଡିତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ପଣ୍ଡିତ ନେହେରୁ । ୧୯୪୭ ଅଗଷ୍ଟ ୧୫ରୁ ମେ’ ୧୯୬୪ ପର୍ଯ୍ୟନ୍ତ ସେ ଦେଶର ପ୍ରଧାନମନ୍ତ୍ରୀ ଥିଲେ । ଶିଶୁଙ୍କ ଅଧିକ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଏ ।

Leave A Reply

Your email address will not be published.