ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।
ଏହି ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚଙ୍କୁ ପୁସ୍ପଗୁଚ୍ଛ ସହ ସ୍ମୃତି ଫଳକ ପ୍ରଦାନ କରିଛନ୍ତି।