ଅଂଶୁଘାତ ମୁକାବିଲା ପାଇଁ ଜୀବଜନ୍ତୁଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତତଲା କଡେଇରେ ସିଝୁଛି ସାରା ଓଡ଼ିଶା। ଆସନ୍ତାକାଲିଠୁ ଆହୁରି ବଢ଼ିବ ତାତି। ଆସନ୍ତାକାଲିଠୁ ୬ ତାରିଖ ମଧ୍ୟରେ ରାଜ୍ୟରେ କିଛି କିଛି ସ୍ଥାନରେ ୨ରୁ ୩ଡିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଗତକାଲି ୪୨ ଡିଗ୍ରୀ ଯାଏ ପହଞ୍ଚିଥିଲା ତାତି।

୭ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା। ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡାକ୍ତରଙ୍କ ପରାମର୍ଶରେ ଜୀବଜନ୍ତୁଙ୍କୁ  ତରଭୁଜ, ଆଖୁ ଭଳି ସପର ଫ୍ରୁଟ୍ ଏବଂ ଆଣ୍ଟି ହିଟ୍ ମେଡିସିନ ଦିଆଯାଉଛି। ଏନକ୍ଲୋଜରଗୁଡ଼ିକୁ ବାଉଁଶ ତାଟି ଓ ବେଣା ଚେର ସ୍କ୍ରିନରେ ଘୋଡ଼ାଯାଉଛି। ସବୁ ଏନକ୍ଲୋଜରକୁ ୨୪ ଘଣ୍ଟିଆ ପାଣି ବ୍ୟବସ୍ଥା  କରାଯାଇଛି।

ଅନ୍ୟପକ୍ଷରେ ଗତକାଲି ୪୨ ଡିଗ୍ରୀ  ଛୁଇଁଥିଲା ତାତି। ୭ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା। ୪୧.୭ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ ହୋଇଥିବାବେଳେ ଟିଟିଲାଗଡ଼ ୪୧.୫, ବୌଦ୍ଧ ୪୧.୪, ଭବାନୀପାଟଣାରେ ପାରଦ ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ତାପମାତ୍ର ୩୭.୨ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି।

Leave A Reply

Your email address will not be published.