ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।  ପରମ୍ପରା ଅନୁଯାୟୀ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ ।

ଦି’ପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

Leave A Reply

Your email address will not be published.