ଆଜି ଶ୍ରୀଜିଉଙ୍କର ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ଶ୍ରୀଜିଉଙ୍କର ବନକଲାଗି ନୀତି।  ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନରୁ ବଞ୍ଚିତ ରହିବେ।  ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ । ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।

ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Leave A Reply

Your email address will not be published.