ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ଅନୁଷ୍ଠିତ ହେବ।

ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ସହ ଅନବସର ପିଣ୍ଡିରେ ଅନବସର ନୀତି ସହ ଜଡିତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦନ କରାଯିବ। ଏଥିପାଇଁ ୪ଘଣ୍ଟା ବଦଳରେ ୬ଘଣ୍ଟା ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Leave A Reply

Your email address will not be published.