ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏ ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏଥିଲାଗି ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତିକାନ୍ତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି | ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

Leave A Reply

Your email address will not be published.