ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ବତନ୍ତ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ସତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏଁ 4ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ସରିବା ପରେ ଏହି ନୀତି ଆରମ୍ଭ ହେବ ।

ଖବର ଅନୁଯାୟୀ, ଅପରାହ୍ନରେ ଏହି ନୀତି ସଂପନ୍ନ ହେବ । ଏଣୁ ଭକ୍ତମାନେ ଏହି ସମୟରେ ପ୍ରାୟ ୪ ଘଣ୍ଟା ଲାଗି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବ । ସଂଧ୍ୟା ୫ଟାରୁ ରାତି ୯ ଯାଏଁ ସାଧାରଣ ଲୋକଙ୍କ ମହାପ୍ରଭୁଙ୍କ ଦର୍ଶନ ଲାଗି ମିଳିବନାହିଁ ଅନୁମତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଅପରାହ୍ନରେ ୨ୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।

ବୁଧବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ । ଶ୍ରୀମନ୍ଦିର ରେକର୍ଡ ଅଫ୍ ରାଇଟ୍ସ କୁହେ ମହାପ୍ରଭୁଙ୍କର ଏହି ଶ୍ରୀଅଙ୍ଗ ଲାଗି ସେବାର ସୁଯୋଗ ପାଇଛନ୍ତି ଦତ୍ତମହାପାତ୍ର ସେବକ । ଏହା ବଂଶାନୁକ୍ରମିକ ସେବା ଓ ସିଧା ରତ୍ନବେଦୀ ଉପରେ ଚଢ଼ି ଠାକୁରମାନଙ୍କୁ ଆକର୍ଷଣୀୟ ରୂପ ଦେବାର ସୁଯୋଗ । ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ ।

Leave A Reply

Your email address will not be published.