ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

ଏହି ସମୟରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ। ଏହାପରେ ଦର୍ଶନ ସ୍ଵାଭାବିକ ହେବ। ବୁଧବାର ଦ୍ଵିତୀୟ ଭୋଗମଣ୍ଡପରେ ଭୋଗ ନୀତି ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ବଡ଼ଠାକୁରଙ୍କ ଶ୍ରୀମୁଖ ଶିଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ।

ବନକଲାଗି ନୀତି ପାଇଁ ପହୁଡ଼ ଆଳତି ପରେ ଜୟ-ବିଜୟ ଦ୍ଵାର ବନ୍ଦ କରାଯାଇଥାଏ। ଏହାପରେ ଦତ୍ତମହାପାତ୍ର ସେବକମାନେ ବନକ ପେଡ଼ି ସହ ରତ୍ନ ସିଂହାସନକୁ ଉଠି ବନକଲାଗି କରିଥାନ୍ତି। ବନକଲାଗି ପାଇଁ ୩ ଖଣ୍ଡ ଶ୍ରୀକପଡ଼ା ଏବଂ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ରଙ୍ଗ ବ୍ୟବହାର କରାଯାଇଥାଏ। ବନକଲାଗି ସରିବା ପରେ ପୂଜାପଣ୍ଡା ସେବକମାନେ ତଳେ ବସି ବଡ଼ଠାକୁରଙ୍କୁ ପଞ୍ଚାମୃତରେ ମହାସ୍ନାନ କରାଇଥାନ୍ତି। ଏହାପରେ ଦର୍ଶନ ଦେଇଥାନ୍ତି ମହାପ୍ରଭୁ।

Leave A Reply

Your email address will not be published.